ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରଙ୍କ ପ୍ରସ୍ତୁତି : କୃଷି ଭବନରେ ଉପ ମୁଖ୍ୟମନ୍ତ୍ରୀଙ୍କ ଅଧକ୍ଷତାରେ ବୈଠକ

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର। ଆଜି ଅବପାତର ରୂପ ନେବାର ସମ୍ଭାବନା।  ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ଗଭୀର ଅବପାତ

 ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର। ଆଜି ଅବପାତର ରୂପ ନେବାର ସମ୍ଭାବନା।  ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ଗଭୀର ଅବପାତ ଏବଂ ୨୬ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାରେ ହୋଇପାରେ ପରିଣତ। ବଙ୍ଗୋପସାଗରରେ ଆସୁଛି ବାତ୍ୟା। ଭାରତୀୟ ପାଣିପାଗ ବିଭାଗ ଅନୁସାରେ, ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର। ଏହା ଅଧିକ ଘନୀଭୂତ ହୋଇ ଆଜି ଅବପାତ ଓ ଆସନ୍ତାକାଲି ଗଭୀର ଅବପାତରେ ପରିଣତ ହେବ। ଏହାପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୬ ତାରିଖ ସକାଳେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ। ପରବର୍ତ୍ତୀ ଦୁଇ ଦିନ ଅର୍ଥାତ ୨୭ ଓ ୨୮ ତାରିଖରେ ଅଧିକ ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ବଢ଼ିବ। ୨୪ ତାରିଖଠାରୁ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବ। ୨୬ ତାରିଖ ସକାଳଠାରୁ ୨୮ ତାରିଖ ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଉଚ୍ଚ ଜୁଆର ଏବଂ ବଡ଼ ଢେଉ ସୃଷ୍ଟି ହେବାର ଆଶଙ୍କା ରହିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। 

Leave a Reply

Your email address will not be published. Required fields are marked *