ଆଜି ରାଧାଷ୍ଟମୀ, ସୁଦର୍ଶନଙ୍କ ବିଜେକୁ ନେଇ ଶ୍ରୀକ୍ଷେତ୍ରରେ ଉତ୍ସାହ

ଭାଦ୍ରବ ଶୁକ୍ଳପକ୍ଷ ଅଷ୍ଟମୀ ତିଥିକୁ ରାଧାଷ୍ଟମୀ ଭାବେ ପାଳନ କରାଯାଏ । ଏହି ତିଥି ଜନ୍ମାଷ୍ଟମୀର ୧୫ ଦିନ ପରେ ଆସିଥାଏ । ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି “ଜନ୍ମାଷ୍ଟମୀ” ଭାବେ ପାଳନ କରାଯାଇଥାଏ, ଶ୍ରୀରାଧାଙ୍କର ଜନ୍ମତିଥିକୁ ସେହିପରି “ରାଧାଷ୍ଟମୀ” ଭାବରେ ପାଳନ କରାଯାଏ ।

ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଭାଦ୍ରବ ଶୁକ୍ଳପକ୍ଷ ଅଷ୍ଟମୀ ତିଥିକୁ ରାଧାଷ୍ଟମୀ ଭାବେ ପାଳନ କରାଯାଏ । ଏହି ତିଥି ଜନ୍ମାଷ୍ଟମୀର ୧୫ ଦିନ ପରେ ଆସିଥାଏ । ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି “ଜନ୍ମାଷ୍ଟମୀ” ଭାବେ ପାଳନ କରାଯାଇଥାଏ, ଶ୍ରୀରାଧାଙ୍କର ଜନ୍ମତିଥିକୁ ସେହିପରି “ରାଧାଷ୍ଟମୀ” ଭାବରେ ପାଳନ କରାଯାଏ । ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଆଜି ଅପରାହ୍ଣରେ ଚକ୍ରରାଜ ସୁଦର୍ଶନ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ ।

ପରେ ନଗର ପରିକ୍ରମା କରି ପନ୍ତି ଭୋଗ ଖାଇବେ । ଏହାପରେ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଓ ହିସାବ ରକ୍ଷକ ଭାବେ ପରିଚିତ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ୱର ମହାଦେବ ମନ୍ଦିରକୁ ବିଜେ କରିବେ । ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନୀତି ଅନୁଷ୍ଠିତ ହେବ । ଜମ୍ବେଶ୍ୱରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମ୍ମୁଖରେ ପଠନ କରିବା ପରେ ନୀତି ସମ୍ପନ୍ନ କରିବେ। ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କଠାରୁ ଆୟବ୍ୟୟ ହିସାବ ଆଣି ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ ।

Leave a Reply

Your email address will not be published. Required fields are marked *