ଏମଏମଡିଆର ବିଲ୍ ପ୍ରତ୍ୟାହାର ଦାବିରେ ବିଧାନସଭାରେ ବିରୋଧୀଙ୍କ ଜୋରଦାର ପ୍ରତିବାଦ। ବିଜେଡି ଓ କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ ଯୋଗୁଁ ଗୃହକାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ପରେ ବିଧାନସଭାକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ କରାଯାଇଥିଲା
ଏମଏମଡିଆର ବିଲ୍ ପ୍ରତ୍ୟାହାର ଦାବିକୁ ନେଇ ବିଧାନସଭାରେ ଦେଖିବାକୁ ମିଳିଛି ତୀବ୍ର ପ୍ରତିବାଦ । ଏହି ପ୍ରସଙ୍ଗକୁ ନେଇ ଗୃହରେ ଉଭୟ ବିଜେଡି ଓ କଂଗ୍ରେସ ପକ୍ଷରୁ ଜୋରଦାର ବିରୋଧ ପ୍ରଦର୍ଶନ କରାଯାଇଥିଲା । ବିରୋଧୀ ସଦସ୍ୟଙ୍କ ପ୍ରତିବାଦ ଓ ହଟ୍ଟଗୋଳ ଯୋଗୁଁ ଗୃହକାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା ।
ବିଲ୍କୁ ନେଇ ବିରୋଧୀ ଦଳର ବିଧାୟକମାନେ ଗୃହ ମଧ୍ୟରେ ନିଜ ନିଜ ଦାବି ଉଠାଇବା ସହ ଜୋରଦାର ପ୍ରତିବାଦ କରିଥିଲେ । ଫଳରେ ବାଚସ୍ପତିଙ୍କ ପକ୍ଷରୁ ପରିସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ କରାଯାଇଥିଲେ ମଧ୍ୟ ହଟ୍ଟଗୋଳ ଥମିନଥିଲା । ଶେଷରେ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଥିଲା ।
ଅନ୍ୟପକ୍ଷରେ, ଏହି ପ୍ରସଙ୍ଗରେ କଂଗ୍ରେସ ବିଧାୟକମାନେ ବିଧାନସଭା ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ମୂର୍ତ୍ତି ତଳେ ଧାରଣା ଦେଇଥିଲେ । ଏମଏମଡିଆର ବିଲ୍ ପ୍ରତ୍ୟାହାର ନହେବା ପର୍ଯ୍ୟନ୍ତ ପ୍ରତିବାଦ ଜାରି ରଖିବା ନେଇ କଂଗ୍ରେସ ବିଧାୟକମାନେ ଦାବି ଉଠାଇଥିଲେ।
ବିଲ୍କୁ ନେଇ ବିଧାନସଭା ଭିତରେ ଓ ବାହାରେ ବିରୋଧୀଙ୍କ ପ୍ରତିବାଦ ଯୋଗୁଁ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। ଏହି ପ୍ରସଙ୍ଗରେ ସରକାରଙ୍କ ପରବର୍ତ୍ତୀ ପଦକ୍ଷେପ ଉପରେ ଏବେ ନଜର ରହିଛି।

