ଜଙ୍ଗଲରେ ନାବାଳିକାଙ୍କୁ ଦୁଷ୍କର୍ମ , ଅଭିଯୁକ୍ତ ଗିରଫ

ରାୟଗଡ଼ା ଜିଲ୍ଲା କାଶୀପୁର ଅଞ୍ଚଳରେ ଘଟିଛି ଏକ ଅତ୍ୟନ୍ତ ସମ୍ବେଦନଶୀଳ ଏବଂ ନିନ୍ଦନୀୟ ଘଟଣା । ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଜଣେ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।

ରାୟଗଡ଼ା ଜିଲ୍ଲା କାଶୀପୁର ଅଞ୍ଚଳରେ ଘଟିଛି ଏକ ଅତ୍ୟନ୍ତ ସମ୍ବେଦନଶୀଳ ଏବଂ ନିନ୍ଦନୀୟ ଘଟଣା । ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଜଣେ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଘଟଣା ପରେ ପରିବାର ଲୋକେ ପୁଲିସରେ ଅଭିଯୋଗ କରିବା ପରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ପୁଲିସ ।

ତଦନ୍ତ ପରେ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଅନ୍ୟପଟେ, ପୀଡ଼ିତ ନାବାଳିକା ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ପୁଲିସ ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ ଜାରି ରଖିଛି ।

Leave a Reply

Your email address will not be published. Required fields are marked *