ନାବଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ , ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା ସହାୟତା

ଦୁଷ୍କର୍ମ ମାମଲାରେ ସଂପୃକ୍ତ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି। ଜରିମାନା ଅନାଦାୟ କଲେ ଅତିରିକ୍ତ ଏକ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

 ୨୦୨୩ ମସିହାରେ ଲେଫ୍ରିପଡ଼ା ଥାନା ଅଞ୍ଚଳରେ ଘଟିଥିବା ଜଣେ ନାବାଳିକାଙ୍କ ଦୁଷ୍କର୍ମ ଓ ପରବର୍ତ୍ତୀ ସମୟରେ ତାଙ୍କୁ ଦିଲ୍ଲୀରେ ବିକ୍ରି କରାଯାଇଥିବା ମାମଲାରେ ସୁନ୍ଦରଗଡ଼ ସ୍ୱତନ୍ତ୍ର ପୋକ୍ସୋ (POCSO) କୋର୍ଟ କଡ଼ା ରାୟ ଶୁଣାଇଛନ୍ତି । ଦୁଷ୍କର୍ମ ମାମଲାରେ ସଂପୃକ୍ତ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି। ଜରିମାନା ଅନାଦାୟ କଲେ ଅତିରିକ୍ତ ଏକ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି, ନାବାଳିକାଙ୍କୁ ଚାଲାଣ ଓ ବିକ୍ରି କରିବା ମାମଲାରେ ସଂପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ୩ ବର୍ଷ ଲେଖାଏଁ କାରାଦଣ୍ଡ ଏବଂ ୫ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦାୟ କଲେ ସେମାନଙ୍କୁ ଅତିରିକ୍ତ ୬ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ । ଏହା ସହିତ, ପୀଡ଼ିତା ନାବାଳିକାଙ୍କ ପୁନର୍ବାସ ଓ ସହାୟତା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣକୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । 

Leave a Reply

Your email address will not be published. Required fields are marked *