ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୩ ଦଶମିକ ୩୯ ଫୁଟରେ ପହଞ୍ଚିଛି ।
ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୩ ଦଶମିକ ୩୯ ଫୁଟରେ ପହଞ୍ଚିଛି । ଉପରମୁଣ୍ଡରୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୧୦ ହଜାର ୨୦୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବାବେଳେ, ଜଳଭଣ୍ଡାରରୁ ୧ ଲକ୍ଷ ୮୬ ହଜାର ୧୩୩ କ୍ୟୁସେକ୍ ଜଳ ନିଷ୍କାସନ କରାଯାଉଛି । ଜଳଚାପକୁ ନିୟନ୍ତ୍ରଣରେ ରଖିବା ପାଇଁ ବର୍ତ୍ତମାନ ୧୦ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ଛଡ଼ାଯାଉଛି ।
ହୀରାକୁଦରୁ ଜଳ ନିଷ୍କାସନ ଜାରି ଥିବାରୁ ମହାନଦୀ ଓ ଏହାର ଶାଖାନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ତଳିଆ ଅଞ୍ଚଳର ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ କୁହାଯାଇଛି । ନଦୀକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ନଦୀ ଭିତରକୁ ନ ଯିବା, ମାଛ ଧରିବା କିମ୍ବା ଅନାବଶ୍ୟକ ଭାବେ ନଦୀ ନିକଟକୁ ନ ଯିବା ପାଇଁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି । ସ୍ଥିତି ଉପରେ ଜଳ ସମ୍ପଦ ବିଭାଗ ଓ ପ୍ରଶାସନ ପକ୍ଷରୁ ନିରନ୍ତର ନଜର ରଖାଯାଇଛି ।

