ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ଓ ଗବେଷଣା ଅଡିଟୋରିୟମରେ ଆୟୋଜିତ ହୋଇଛି ସରକାରଙ୍କ ନିଯୁକ୍ତି ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି ।
ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ଓ ଗବେଷଣା ଅଡିଟୋରିୟମରେ ଆୟୋଜିତ ହୋଇଛି ସରକାରଙ୍କ ନିଯୁକ୍ତି ମେଳା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି ।
କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ, ପ୍ରଭାତୀ ପରିଡାଙ୍କ ସମେତ ବିଭିନ୍ନ ବିଭାଗର ମନ୍ତ୍ରୀ ଉପସ୍ଥିତ ଥିଲେ। ମୋଟ ୧୧୦୧ ଜଣ ନବନିଯୁକ୍ତଙ୍କୁ ଆନୁଷ୍ଠାନିକ ଭାବେ ନିଯୁକ୍ତିପତ୍ର ଦିଆଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଅର୍ଥ ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ସମବାୟ ବିଭାଗରେ ନିଯୁକ୍ତି ଦିଆଯାଇଛି । ଏହି ଅବସରରେ ଶିଶୁ, କିଶୋର ଓ ଯୁବବର୍ଗଙ୍କ ସ୍ୱାସ୍ଥ୍ୟ ଓ ଆରୋଗ୍ୟକୁ ନେଇ ‘ମାନସିକ ସ୍ୱାସ୍ଥ୍ୟ ନିର୍ଦ୍ଦେଶାବଳୀ’ ପୁସ୍ତକ ମଧ୍ୟ ଉନ୍ମୋଚନ କରାଯାଇଛି ।

