ମହାନଦୀ ଜଳ ବିବାଦକୁ ନେଇ ବଡ଼ ବୈଠକ , ଅଧ୍ୟକ୍ଷତା କଲେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ

ମହାନଦୀ ଜଳ ବିବାଦକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା । ଏହି ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ହୋଇଛି ଗୁରୁତ୍ୱପୂର୍ଣ୍ଣ ବୈଠକ ।

ମହାନଦୀ ଜଳ ବିବାଦକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା । ଏହି ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ହୋଇଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରାଜସ୍ୱ ମନ୍ତ୍ରୀଙ୍କ ସମେତ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇ ମହାନଦୀ ଜଳ ବଣ୍ଟନ ଓ ଆଗାମୀ ରଣନୀତି ନେଇ ଆଲୋଚନା କରିଛନ୍ତି । ମହାନଦୀ ଜଳ ବିବାଦକୁ ନେଇ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ରାଜସ୍ୱ ମନ୍ତ୍ରୀ, ଜଳ ସମ୍ପଦ ବିଭାଗର ସଚିବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ବୈଠକରେ ମହାନଦୀ ଜଳ ବଣ୍ଟନ, ଛତିଶଗଡ଼ ସହ ଚାଲିଥିବା ଜଳ ବିବାଦ, ବର୍ତ୍ତମାନର ଜଳ ସ୍ଥିତି ଏବଂ ରାଜ୍ୟର ସ୍ୱାର୍ଥ ସୁରକ୍ଷା ପାଇଁ ଗ୍ରହଣ କରାଯିବାକୁ ଥିବା ପଦକ୍ଷେପ ଉପରେ ବିସ୍ତୃତ ଆଲୋଚନା ହୋଇଛି । ଏହାସହ ଆଗାମୀ ଦିନରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ରାଜ୍ୟ ପକ୍ଷକୁ କିପରି ଆହୁରି ମଜଭୁତ କରାଯିବ ଏବଂ ଆବଶ୍ୟକ ତଥ୍ୟ ଓ ପ୍ରମାଣକୁ କିପରି ଉପସ୍ଥାପନ କରାଯିବ, ସେନେଇ ମଧ୍ୟ ଆଲୋଚନା ହୋଇଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *