ରାଜବରହମପୁର ଥାନା ଅନ୍ତର୍ଗତ ଗଗପାଳ ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଜଣେ ନାବାଳିକାଙ୍କ ମୃତ୍ୟୁକୁ ନେଇ ପରିବାରରେ ଶୋକର ଛାୟା ଖେଳିଯାଇଛି ।
cପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ନାବାଳିକା ଅତ୍ୟଧିକ ସମୟ ମୋବାଇଲ ବ୍ୟବହାର କରୁଥିବାରୁ ତାଙ୍କୁ ବାରମ୍ବାର ବାରଣ କରାଯାଉଥିଲା । ପରେ ପରିବାର ସଦସ୍ୟମାନେ ତାଙ୍କଠାରୁ ମୋବାଇଲ ଫୋନ୍ ନେଇଯାଇଥିଲେ । ଏହା ପରେ ସେ ଅସୁସ୍ଥ ହୋଇପଡ଼ିଥିଲେ ।
ପରିବାର ଲୋକେ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ମେଡିକାଲକୁ ନେଇଥିଲେ । ହେଲେ ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

