ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜରେ ପୁଣି ସ୍କୁଲ ଛୁଟି । ଆଇଏମଡି, ଭୁବନେଶ୍ୱର ଦ୍ୱାରା ଜାରି କରାଯାଇଥିବା ରେଡ଼ ୱାର୍ଣ୍ଣିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଇଛି ।
ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜରେ ପୁଣି ସ୍କୁଲ ଛୁଟି । ଆଇଏମଡି, ଭୁବନେଶ୍ୱର ଦ୍ୱାରା ଜାରି କରାଯାଇଥିବା ରେଡ଼ ୱାର୍ଣ୍ଣିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଇଛି । ଯାହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାପାଳ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ବିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ ସେମାନେ ନିଜ ନିଜ ଅଞ୍ଚଳରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇପାରିବେ।

