୩ ଦିନ ଯାଏଁ ସାରା ରାଜ୍ୟରେ ଲାଗି ରହିବ ବର୍ଷା! ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସକ୍ରିୟ ହୋଇଛି ମୌସୁମୀ । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଜାରି ହୋଇଛି ରେଡ୍ ଆଲର୍ଟ । ଆଉ ଓଡ଼ିଶାରେ ବର୍ଷାକୁ ନେଇ ବଡ଼ ସତର୍କ ସୂଚନା। ଆଗାମୀ କିଛି ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ନଦୀ, ନାଳ ଓ ସହରାଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିପାରେ ବୋଲି ସତର୍କ କରିଛି ପାଣିପାଗ ବିଭାଗ।
ବନ୍ୟା ଦୁର୍ଦ୍ଦଶା ଯାଇନି ସକ୍ରିୟ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବାକୁ ଯାଉଛି । ଉତ୍ତର ଓଡ଼ିଶା ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଉପକୂଳରୁ ଆରମ୍ଭ କରି ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ବିଜୁଳି ଓ ଝଟକା ପବନର ଆଶଙ୍କା ରହିଛି। ଆସନ୍ତାକାଲି ସକାଳ ପର୍ୟ୍ୟନ୍ତ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେଠାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ବାଲେଶ୍ୱର, ଭଦ୍ରକ, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଯାଜପୁର ଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ଏହି ସବୁ ଜିଲ୍ଲାରେ ଭାରି ବର୍ଷା ସହ ଝଡ଼ ପବନ ଓ ବଜ୍ରପାତ ହୋଇପାରେ ।
୩ ଦିନ ଯାଏଁ ସାରା ରାଜ୍ୟରେ ଲାଗି ରହିବ ବର୍ଷା! ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳରେ ଜଳବନ୍ଦୀ, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଏବଂ ଉପକୂଳରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି । ମତ୍ସ୍ୟଜୀବୀଙ୍କୁ ୨ ଦିନ ସମୁଦ୍ରକୁ ଯିବାକୁ ବାରଣ ହୋଇଛି । ଲୋକଙ୍କୁ ଅନାବଶ୍ୟକ ଯାତ୍ରା ଏଡ଼ାଇବାକୁ ପରାମର୍ଶ ଦିଆଯାଇଛି। ପ୍ରଶାସନକୁ ମଧ୍ୟ ସଜାଗ ରହିବାକୁ କୁହାଯାଇଛି।