ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା, କାଲିଠୁ ୨୬ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

ଲଘୁଚପ ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା । ୨୨ରୁ ଆସନ୍ତା ୨୬ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ୨୨ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି ହୋଇଛି ।

ଲଘୁଚପ ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା । ୨୨ରୁ ଆସନ୍ତା ୨୬ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ୨୨ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି ହୋଇଛି । ୨୩ ତାରିଖରୁ କନ୍ଧମାଳ, ଗଜପତି, ଗଞ୍ଜାମ ଓ ପୁରୀର କେତେକ ସ୍ଥାନରେ ଅତି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ସେପଟେ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି । 

ମଙ୍ଗଳବାରଠୁ ପ୍ରବଳ ବର୍ଷା 

ମଙ୍ଗଳବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା  
୨୨ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ପାଇଁ ଅରେଞ୍ଜ ଚେତାବନୀ ଜାରି ହୋଇଛି 
ଅନ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ହଳଦିଆ ଚେତାବନୀ ଦିଆଯାଇଛି 
୨୩ ତାରିଖରେ କନ୍ଧମାଳ, ଗଜପତି, ଗଞ୍ଜାମ ଓ ପୁରୀ ପାଇଁ ରେଡ୍ ୱାର୍ଣ୍ଣିଂ ରହିଛି 
ରାଜ୍ୟରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଜାରି ରହିପାରେ 
୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି

Leave a Reply

Your email address will not be published. Required fields are marked *