ତାମିଲନାଡୁର ଭୟଙ୍କର ଆମୋନିଆ ଗ୍ୟାସ୍ ଲିକ୍ ଅଘଟଣ ଓଡ଼ିଶା ପାଇଁ ଆଣିଛି ଦୁଃଖର ଖବର । ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି । ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ, ଏପର୍ଯ୍ୟନ୍ତ ୫ ଜଣ ଓଡ଼ିଆ ଶ୍ରମିକଙ୍କ ପ୍ରାଣହାନି ଘଟିଥିବାବେଳେ ଅନେକ ଶ୍ରମିକ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି ।
ତାମିଲନାଡୁର ଭୟଙ୍କର ଆମୋନିଆ ଗ୍ୟାସ୍ ଲିକ୍ ଅଘଟଣ ଓଡ଼ିଶା ପାଇଁ ଆଣିଛି ଦୁଃଖର ଖବର । ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି । ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ, ଏପର୍ଯ୍ୟନ୍ତ ୫ ଜଣ ଓଡ଼ିଆ ଶ୍ରମିକଙ୍କ ପ୍ରାଣହାନି ଘଟିଥିବାବେଳେ ଅନେକ ଶ୍ରମିକ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି । ପ୍ରବାସୀ ଶ୍ରମିକଙ୍କ ସୁରକ୍ଷା ଓ ଶିଳ୍ପ ସଂସ୍ଥାର ସୁରକ୍ଷା ବ୍ୟବସ୍ଥାକୁ ନେଇ ପୁଣି ଥରେ ପ୍ରଶ୍ନ ଉଠିଛି । ତାମିଲନାଡୁର ଏକ ସି-ଫୁଡ୍ ପ୍ରକ୍ରିୟାକରଣ କାରଖାନାରେ ହୋଇଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ବଢ଼ିବାରେ ଲାଗିଛି ମୃତ୍ୟୁ ସଂଖ୍ୟା ।
ରାଜ୍ୟର ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି ଯେ, ଏହି ଅଘଟଣରେ ୫ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାର ଦୁଇ ଜଣ ଶ୍ରମିକ ଥିବାବେଳେ ଅନ୍ୟ ମୃତକଙ୍କ ପରିଚୟ ସଂଗ୍ରହ କରିବାକୁ ପ୍ରଶାସନ ପକ୍ଷରୁ ଉଦ୍ୟମ ଚାଲିଛି । ସେହିପରି ୫ରୁ ଅଧିକ ଓଡ଼ିଆ ଶ୍ରମିକ ଏବେ ବି ଗୁରୁତର ଅବସ୍ଥାରେ ବିଭିନ୍ନ ହସ୍ପିଟାଲର ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି ।

