୬ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ , ଉତ୍ତର ଓଡ଼ିଶା-ଛତିଶଗଡ଼ ଦେଇ କରିବ ଗତି

ରାଜ୍ୟବାସୀଙ୍କ ପାଇଁ ପୁଣି ବର୍ଷା ସତର୍କତା । ବଙ୍ଗୋପସାଗରରେ ସକ୍ରିୟ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆଗାମୀ ୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ଆହୁରି ପ୍ରବଳ ବର୍ଷା ସହ ପବନର ବେଗ ବଢ଼ିବା ନେଇ ପାଣିପାଗ ବିଭାଗ ସତର୍କ କରିଛି ।

ରାଜ୍ୟବାସୀଙ୍କ ପାଇଁ ପୁଣି ବର୍ଷା ସତର୍କତା । ବଙ୍ଗୋପସାଗରରେ ସକ୍ରିୟ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆଗାମୀ ୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ଆହୁରି ପ୍ରବଳ ବର୍ଷା ସହ ପବନର ବେଗ ବଢ଼ିବା ନେଇ ପାଣିପାଗ ବିଭାଗ ସତର୍କ କରିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଏବେ ଅଧିକ ସକ୍ରିୟ ହୋଇପଡ଼ିଛି । ଆଗାମୀ ୬ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଅବପାତରେ ପରିଣତ ହେବା ପରେ ଏହି ପାଣିପାଗ ବ୍ୟବସ୍ଥା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଏହା ଉତ୍ତର ଓଡ଼ିଶା ଏବଂ ଛତିଶଗଡ଼ ଦେଇ ଅଗ୍ରସର ହେବାର ସମ୍ଭାବନା ରହିଛି ।

 ଏହାର ପ୍ରଭାବରେ ଉତ୍ତର, ପଶ୍ଚିମ ଓ ମଧ୍ୟ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଝଡ଼ପବନ ଏବଂ କେତେକ ସ୍ଥାନରେ ବଜ୍ରପାତର ଆଶଙ୍କା ରହିଛି । ନଦୀ ଜଳସ୍ତର ବୃଦ୍ଧି, ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ଏବଂ ସହରାଞ୍ଚଳରେ ଜଳଜମା ସମସ୍ୟାକୁ ଦୃଷ୍ଟିରେ ରଖି ପ୍ରଶାସନ ସତର୍କ ରହିବା ସହ ସାଧାରଣ ଲୋକଙ୍କୁ ମଧ୍ୟ ଅନାବଶ୍ୟକ ବାହାରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ବିଶେଷକରି ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ଏବଂ ନଦୀକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି ।

Leave a Reply

Your email address will not be published. Required fields are marked *