ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକ, ଚୂଡ଼ାନ୍ତ ପ୍ରସ୍ତୁତିର ନେଲେ ତଦାରଖ

ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆରମ୍ଭ ହେଲା ରଥଯାତ୍ରା ପାଇଁ ସ୍ୱତନ୍ତ୍ର ସମୀକ୍ଷା ବୈଠକ । ପୁରୀ ପୌର ସଦନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି ।

 ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆରମ୍ଭ ହେଲା ରଥଯାତ୍ରା ପାଇଁ ସ୍ୱତନ୍ତ୍ର ସମୀକ୍ଷା ବୈଠକ । ପୁରୀ ପୌର ସଦନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି । ରଥଯାତ୍ରା ପାଇଁ ଏହି ବୈଠକ ହେଉଛି ଶେଷ ସମନ୍ୱୟ ବୈଠକ । ପୂର୍ବରୁ ଆରଡିସି ଓ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦୁଇ ସମନ୍ୱୟ ବୈଠକରେ ବିଭିନ୍ନ ବିଭାଗ ସେମାନଙ୍କ ରିପୋର୍ଟ ଦେଇଥିଲେ । ଆଜି ଚୂଡାନ୍ତ ରିପୋର୍ଟର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।

ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ,ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ,ସଂସ୍କୃତି ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରମୁଖ ଉପସ୍ଥିତ ଅଛନ୍ତି । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ମଧ୍ୟ ରହିଛନ୍ତି । ପୁଲିସ୍ ଡିଜି ୱାଇ ବି ଖୁରାନିଆ ଉପସ୍ଥିତ ରହିଛନ୍ତି ।

Leave a Reply

Your email address will not be published. Required fields are marked *