ଲଲେଇ ପୋଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଯୁବକଙ୍କ ମୃତ୍ୟୁ

ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ ଘଟିଛି ଏକ ଦୁଃଖଦ ସଡ଼କ ଦୁର୍ଘଟଣା । ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଲହୁଣୀପଡ଼ା ଥାନା ଅଧୀନ ତାଳବାହାଳି ଗ୍ରାମର ରାମଚନ୍ଦ୍ର ଭୂମିଜ ।

ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ ଘଟିଛି ଏକ ଦୁଃଖଦ ସଡ଼କ ଦୁର୍ଘଟଣା । ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଲହୁଣୀପଡ଼ା ଥାନା ଅଧୀନ ତାଳବାହାଳି ଗ୍ରାମର ରାମଚନ୍ଦ୍ର ଭୂମିଜ । ସୂଚନା ଅନୁସାରେ, ତାଙ୍କ ଶାଶୁ ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବାରୁ ଗତକାଲି ମଧ୍ୟରାତ୍ରୀରେ ସେ ହସ୍ପିଟାଲକୁ ଦେଖିବାକୁ ଆସିଥିଲେ । ସେହି ସମୟରେ ବର୍ଷା ହେଉଥିଲା । ବର୍ଷା କିଛି କମିବା ପରେ ସେ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଲହୁଣୀପଡ଼ା ଥାନା ଅଧୀନ ଲଲେଇ ପୋଲ ନିକଟରେ ହଠାତ୍ ବାଇକର ଭାରସାମ୍ୟ ହରାଇ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ ।

 ସ୍ଥାନୀୟ ଲୋକେ ଏହା ଦେଖି ତୁରନ୍ତ ବଣାଇ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ରାମଚନ୍ଦ୍ରଙ୍କୁ ଉଦ୍ଧାର କରି ବଣାଇ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ । ହେଲେ ଚିକିତ୍ସାଳୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣା ପରେ ପରିବାର ଓ ଗାଁରେ ଶୋକର ଛାୟା ଖେଳିଯାଇଛି । ପୁଲିସ ମାମଲା ରୁଜୁ କରି ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *