ରାଜ୍ୟରେ କମିବ ବର୍ଷାର ପରିମାଣ ; ଆଗାମୀ ୨୪ ଘଣ୍ଟାରେ ଆହୁରି ଦୁର୍ବଳ ହେବ ଲଘୁଚାପ

ଉତ୍ତର ଓଡ଼ିଶା ସମେତ ସଂଲଗ୍ନ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହୋଇଯିବ ।

ଦୁର୍ବଳ ହେବ ଲଘୁଚାପ, ରାଜ୍ୟରେ କମିବ ବର୍ଷାର ପରିମାଣ । ଉତ୍ତର ଓଡ଼ିଶା ସମେତ ସଂଲଗ୍ନ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହୋଇଯିବ। ତେବେ ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଳ୍ପ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । 

ଏହି ସମୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପରବର୍ତ୍ତୀ ଦୁଇ ଦିନ ସାରା ରାଜ୍ୟରେ ବର୍ଷା କମିବା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।  ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଜିଲ୍ଲାର ହାଟଡିହିରେ ୨୧ ସେମି ବର୍ଷା ହୋଇଥିବା ବେଳେ ବରଗଡ଼ର ଅତାବିରାରେ ୧୬, ସମ୍ବଲପୁରର ବୁର୍ଲାରେ ୧୫, ବରଗଡ଼ର ପଦ୍ମପୁର, ସମ୍ବଲପୁରର ହୀରାକୁଦ ଓ ସମ୍ବଲପୁର ସହରରେ ୧୪ ସେମି ବର୍ଷା ରେକର୍ଡ କରାଯାଇଛି । 

Leave a Reply

Your email address will not be published. Required fields are marked *