୪ ଘଣ୍ଟାରେ ପ୍ରବଳ ବର୍ଷା! ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୨୪ ଘଣ୍ଟାରେ ପ୍ରବଳ ବର୍ଷା । ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ ।

 ୨୪ ଘଣ୍ଟାରେ ପ୍ରବଳ ବର୍ଷା । ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ । ସେହିପରି କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୁଳ, ଦେବଗଡ ଓ ସମ୍ବଲପୁରରେ ଏହି ୧୦ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କି.ମି. ଝଟ୍କା ପବନ ବହିବା ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆଜି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କଟକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ନବରଙ୍ଗପୁର ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିପରି ଗଜପତି, ମାଲକାନଗିରି, ନୟାଗଡ, କଳାହାଣ୍ଡି, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ ବରଗଡ଼ ଏହି ୧୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କି.ମି. ବେଗରେ ଝଟକା ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *