ଉତ୍ତର ଓଡ଼ିଶାରେ ବର୍ଷାର ତାଣ୍ଡବ, ୪ ଜିଲ୍ଲାକୁ ରେଡ୍ ଆଲର୍ଟ

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା । ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ୪ ଜିଲ୍ଲାରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି ।

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା । ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ୪ ଜିଲ୍ଲାରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାସହ ବାକି ସବୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି ।

ସେହିପରି ଆସନ୍ତାକାଲି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ।

Leave a Reply

Your email address will not be published. Required fields are marked *