ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ! ସାରା ଓଡ଼ିଶାରେ ବର୍ଷା, ମୟୂରଭଞ୍ଜକୁ ରେଡ୍‌ ଆଲର୍ଟ

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପ୍ରଭାବରେ ଆଜି ସାରା ଓଡ଼ିଶାରେ ବର୍ଷା । ମୟୂରଭଞ୍ଜକୁ ରେଡ୍‌, କେନ୍ଦୁଝର, ଭଦ୍ରକ, ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

 ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପ୍ରଭାବରେ ଆଜି ସାରା ଓଡ଼ିଶାରେ ବର୍ଷା । ମୟୂରଭଞ୍ଜକୁ ରେଡ୍‌, କେନ୍ଦୁଝର, ଭଦ୍ରକ, ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାକି ୨୬ଜିଲ୍ଲାକୁ ବି ୟେଲୋ ସତର୍କତା ଜାରି କରାଯାଇଛି। ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ବାଂଲାଦେଶ-ପଶ୍ଚିମବଙ୍ଗ-ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ତଥା ଉପକୂଳ ନିକଟ ସମୁଦ୍ର ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ଝଟକା ପବନ ୬୦ କିମି ପର୍ଯ୍ୟନ୍ତ ବହିବାର ସମ୍ଭାବନା ରହିଛି ।  ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ବାଂଲାଦେଶ-ପଶ୍ଚିମବଙ୍ଗ-ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ତଥା ଉପକୂଳ ନିକଟ ସମୁଦ୍ର ଅଞ୍ଚଳକୁ ଯିବାକୁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *