ବହୁ ପ୍ରତୀକ୍ଷିତ ପୁନଶ୍ଚ ପୃଥିବୀ ସମ୍ମିଳନୀ-୨୦୨୬ ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି। ସ୍ଥାନୀୟ ଉତ୍କଳ ବିଶ୍ବବିଦ୍ୟାଳୟର ସଭାଗୃହରେ ପୁନଶ୍ଚ ପୃଥିବୀର ତୃତୀୟ ସଂସ୍କରଣର କାର୍ଯ୍ୟକ୍ରମକୁ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଉଦ୍ଘାଟନ କରିଛନ୍ତି।
ବହୁ ପ୍ରତୀକ୍ଷିତ ପୁନଶ୍ଚ ପୃଥିବୀ ସମ୍ମିଳନୀ-୨୦୨୬ ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି। ସ୍ଥାନୀୟ ଉତ୍କଳ ବିଶ୍ବବିଦ୍ୟାଳୟର ସଭାଗୃହରେ ପୁନଶ୍ଚ ପୃଥିବୀର ତୃତୀୟ ସଂସ୍କରଣର କାର୍ଯ୍ୟକ୍ରମକୁ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନୀ ସମାରୋହର ଅଧିବେଶନରେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଉତ୍କଳ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଚଣ୍ଡୀ ପ୍ରସାଦ ନନ୍ଦ, ଇଷ୍ଟର୍ଣ୍ଣ ମିଡିଆର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ ଏବଂ ଦୈନିକ ‘ସମ୍ବାଦ’ ଓ ‘କନକ ନ୍ୟୁଜ୍’ର ସଂପାଦକ ତନୟା ପଟ୍ଟନାୟକ ମଞ୍ଚାସୀନ ଅଛନ୍ତି।
ଏହି ତିନି ଦିବସୀୟ ସମାରୋହ ଉତ୍କଳ ବିଶ୍ବବିଦ୍ୟାଳୟର ୨ଟି ହଲ୍ (ସଭାଗୃହ)ରେ ପରିଚାଳିତ ହେଉଛି। ମୁଖ୍ୟ ସଭାଗୃହରେ ରାଜ୍ୟପାଳଙ୍କ କାର୍ଯ୍ୟକ୍ରମ ରହିଛି, ଯେଉଁଠି ପରିବେଶର ବିକାଶକୁ ନେଇ ବିଭିନ୍ନ ଅଧିବେଶନ ପରିଚାଳିତ ହେଉଛି। ସେହିପରି ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସଭାଗୃହରେ ବିପର୍ଯ୍ୟୟ ମୁକାବିଲା ସଂପର୍କିତ ଅଧିବେଶନଗୁଡ଼ିକର ଆୟୋଜନ ହେଉଛି।
ଏହି ସମ୍ମିଳନୀରେ ୬୦ରୁ ଅଧିକ ବକ୍ତା ଅଂଶଗ୍ରହଣ କରୁଛନ୍ତି । ପରିବେଶ ବିଧାନସଭା ପରି ଅଭିନବ ଅଧିବେଶନ ଏଥର ସମ୍ମିଳନୀରେ ସାମିଲ ହେବାକୁ ଯାଉଛି। କେବଳ ଭୁବନେଶ୍ବର କିମ୍ବା କୌଣସି ହୋଟେଲରେ ‘ପୁନଶ୍ଚ ପୃଥିବୀ’ ସୀମିତ ହୋଇ ରହି ନାହିଁ, ବରଂ ଭିତରକନିକା, ଡେବ୍ରିଗଡ଼, ଶିମିଳିପାଳ, ବ୍ରହ୍ମପୁରରେ ମଧ୍ୟ କାର୍ଯ୍ୟକ୍ରମ କରାଯାଇ ଲୋକଙ୍କୁ ଯୋଡ଼ିବାକୁ ପ୍ରୟାସ କରାଯାଇଥିବା ବେଳେ ଏହାକୁ ସବୁ ମହଲରେ ପ୍ରଶଂସା କରାଯାଇଛି ।

