ଫେରିବ ମହାପ୍ରଭୁଙ୍କ ୫୮ ହଜାର ଏକର ଜମି: ମନ୍ତ୍ରୀ

ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାର ଇତିମଧ୍ୟରେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ମହାପ୍ରଭୁଙ୍କ ସମ୍ପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସେ କହିଛନ୍ତି, ମହାପ୍ରଭୁଙ୍କର ୫୮ ହଜାର ଏକର ଜମି ରାଜ୍ୟ ଓ ରାଜ୍ୟ ବାହାରେ ଅଛ। ସେଥିମଧ୍ୟରୁ ୩୬ରୁ ୩୭ ହଜାର ଏକର ଜମିର କାଗଜ ପ୍ରସ୍ତୁତ କରିସାରିଛୁ। ବାକି ଜମିର କାଗଜପତ୍ର ପ୍ରସ୍ତୁତ କରିବାର ପ୍ରକ୍ରିୟା ଜାରି ରହିଛି। ସରକାର ବହୁତ ଖୁବ୍‌ ଦ୍ରୁତଗତିରେ ଏହି କାର୍ଯ୍ୟ ଆରମ୍ଭ କରିଛନ୍ତି। ମହାପ୍ରଭୁଙ୍କର ଭୂସମ୍ପତ୍ତି ସଠିକ୍‌ ଆକଳନ ପାଇଁ କାମ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *