ପୁରୀରେ ହୃଦୟବିଦାରକ ଘଟଣା : ଦୁଇ ଝିଅଙ୍କ ମୃତ୍ୟୁ, ମା’ ଗୁରୁତର

ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ହୃଦୟ ବିଦାରକ ଘଟଣା । ଦୁଇ କୁନି ଝିଅଙ୍କୁ ପୋକମରା ବିଷ ଖୁଆଇ ନିଜେ ଖାଇଲା ମାଆ । ଦୁଇ ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି ।

ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ହୃଦୟ ବିଦାରକ ଘଟଣା । ଦୁଇ କୁନି ଝିଅଙ୍କୁ ପୋକମରା ବିଷ ଖୁଆଇ ନିଜେ ଖାଇଲା ମାଆ । ଦୁଇ ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁଇ ଝିଅଙ୍କ ବୟସ ୬ ଓ ଅଢ଼େଇ ବର୍ଷ ବୋଲି କୁହାଯାଉଛି । ସୂଚନା ଅନୁଯାୟୀ, ସମଗରା ଅଞ୍ଚଳ ଦୀପୁ ପ୍ରଧାନଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ନିଜର ଦୁଇ ଛୋଟ ଝିଅଙ୍କୁ ଭାତରେ ବିଷ ମିଶାଇ ଖାଇବାକୁ ଦେଇ ନିଜେ ଖାଇ ଦେଇଥିଲେ । କିଛି ସମୟ ପରେ ତିନିଜଣ ଅସୁସ୍ଥ ହୋଇ ପଡ଼ିଥିଲେ । ପରିବାର ସଦସ୍ୟ ଓ ସ୍ଥାନୀୟ ଲୋକ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ । ହେଲେ ସେଠାରେ ଡାକ୍ତର ଦୁଇ ଶିଶୁଙ୍କୁ ମୃତ ଘୋଷଣା କରିଥିଲେ ।

 ଗୁରୁତର ଅବସ୍ଥାରେ ଲକ୍ଷ୍ମୀପ୍ରିୟାଙ୍କୁ ପୁରୀ ସଦର ଡାକ୍ତରଖାନାରୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ଲକ୍ଷ୍ମୀପ୍ରିୟା କାହିଁକି ଏଭଳି କାଣ୍ଡ କଲେ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଚିକିତ୍ସାଧୀନ ଥିବାରୁ ପୁଲିସ ତାଙ୍କର ବୟାନ ରେକର୍ଡ କରିପାରି ନାହିଁ । ଖବରପାଇ ମେରାଇନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁଇ ଶିଶୁଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ପଡ଼ୋଶୀ ଓ ପରିବାର ଲୋକଙ୍କୁ ପଚରାଉଚରା କରାଯାଉଛି। ମହିଳାଙ୍କ ସ୍ୱାସ୍ଥ୍ୟାବସ୍ଥା ସୁଧୁରିଲେ ତାଙ୍କ ବୟାନ ନିଆଯିବ ବୋଲି ପୁଲିସ କହିଛି । ଏହି ଘଟଣା ପରେ ସମଗରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Leave a Reply

Your email address will not be published. Required fields are marked *