ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ବଙ୍ଗୋପସାଗର ତତ-ସଂଲଗ୍ନ ପଶ୍ଚିମବଙ୍ଗ-ଓଡିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ଦୁଇଦିନ ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଗର ତତ-ସଂଲଗ୍ନ ପଶ୍ଚିମବଙ୍ଗ-ଓଡିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ଦୁଇଦିନ ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏପଟେ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ ଓ କଟକ ଜିଲ୍ଲାରେ ପ୍ରବଳ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

 ଆଜି ସୁନାବେଶ ଥିବାରୁ ପୁରୀ ଜିଲ୍ଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ପୁରୀ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ଆଖାପାଖ ଜିଲ୍ଲା ଯଥା ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ଓ ୨୭ ତାରିଖରେ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହିତ ସ୍ଥଳ ଭାଗରେ ପବନର ବେଗ ୬୦ କିମି ବେଗରେ ବହିବାର ସମ୍ଭାବନା ରହିଛି। ତେଣୁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave a Reply

Your email address will not be published. Required fields are marked *