ଶ୍ରମିକ ମେସରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ , ୩ ଜଣ ଗୁରୁତର

ଗଞ୍ଜାମ ଜିଲ୍ଲାରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା । ତାଲୁକା ନିକଟସ୍ଥ ଏକ ଶ୍ରମିକ ମେସରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟିବାରୁ ୩ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ହଠାତ୍ ବିସ୍ଫୋରଣର ଶବ୍ଦରେ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ।

ଗଞ୍ଜାମ ଜିଲ୍ଲାରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା । ତାଲୁକା ନିକଟସ୍ଥ ଏକ ଶ୍ରମିକ ମେସରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟିବାରୁ ୩ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ହଠାତ୍ ବିସ୍ଫୋରଣର ଶବ୍ଦରେ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା । ବିସ୍ଫୋରଣର ତୀବ୍ରତା ଏତେ ଅଧିକ ଥିଲା ଯେ ମେସ ଭିତରେ ଥିବା ତିନିଜଣ ଗୁରୁତର ଭାବେ ଦଗ୍ଧ ହୋଇଥିଲେ ।

ସ୍ଥାନୀୟ ଲୋକେ ତୁରନ୍ତ ଆହତମାନଙ୍କୁ ଉଦ୍ଧାର କରି ଆସିକା ମେଡିକାଲରେ ଭର୍ତ୍ତି କରିଥିଲେ, ଯେଉଁଠାରେ ସେମାନଙ୍କର ଚିକିତ୍ସା ଚାଲିଛି । ଘଟଣା ପରେ ଅଗ୍ନିଶମ ବିଭାଗ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ । ଏହି ଘଟଣା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିବାବେଳେ, ଗ୍ୟାସ୍ ସିଲିଣ୍ଡର ବ୍ୟବହାର ସମୟରେ ସୁରକ୍ଷା ନିୟମ କଡ଼ାକଡ଼ି ପାଳନ କରିବାକୁ ଅଗ୍ନିଶମ ବିଭାଗ ପରାମର୍ଶ ଦେଇଛି ।

Leave a Reply

Your email address will not be published. Required fields are marked *