ହସ୍ପିଟାଲରେ ସରପଞ୍ଚ ଚାମେଲିଙ୍କୁ ଭେଟିଲା ବିଜେଡି ପ୍ରତିନିଧି ଦଳ

କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ତିଖିରି ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭେଟିଛନ୍ତି ବିଜେଡି ପ୍ରତିନିଧି ଦଳ ।

 କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ତିଖିରି ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭେଟିଛନ୍ତି ବିଜେଡି ପ୍ରତିନିଧି ଦଳ । ରାଜନଗର ବିଧାୟକ ଧ୍ରୁବ ସାହୁ, ମହାକାଳପଡ଼ାର ପୂର୍ବତନ ବିଧାୟକ  ଅତନୁ ସବ୍ୟସାଚୀ ନାୟକ, କେନ୍ଦ୍ରପଡ଼ା ଜିଲ୍ଲା ପରିଷଦ ୮ ନମ୍ବର ଜୋନର ସଦସ୍ୟ ରଶ୍ମିରଞ୍ଜନ ରାଉତ, ଯୁବ ବିଜେଡି ଜିଲ୍ଲା ସଭାପତି ରାଜେସ ଦାସ, ବିଜେଡି ଜିଲ୍ଲା ସଭାପତି ଶିବପ୍ରସାଦ ଭୋଳ ପ୍ରମୁଖ ଚିକିତ୍ସାଳୟକୁ ଯାଇ ଚାମେଲିଙ୍କୁ ଭେଟିବା ସହିତ ଘଟଣା ବିଷୟରେ ପଚାରି ବୁଝିଛନ୍ତି ।

ଏହାସହିତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ଓ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି । ଶନିବାର ଚାମେଲିଙ୍କୁ ଜେଲ ପଠାଯାଇଥିବା ବେଳେ ସେଠାରେ ଅସୁସ୍ଥ ହୋଇପଡ଼ିଥିଲେ । ଏବେ ସେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି । 

Leave a Reply

Your email address will not be published. Required fields are marked *